Live Tv

Live Tv

ବନ୍ୟା ସ୍ଥିତିକୁ ଦେଖି ସବୁ ଅଧିକାରୀଙ୍କ ଛୁଟି ବାତିଲ, ୨୪ ଘଣ୍ଟିଆ ସତର୍କ ରହିବାକୁ ନିର୍ଦ୍ଦେଶ

 minister 2

ଭୁବନେଶ୍ୱର : ରାଜ୍ୟରେ ବନ୍ୟା ସ୍ଥିତି ନେଇ ଆଲର୍ଟରେ ନଗର ଉନ୍ନୟନ ବିଭାଗ । ସ୍ଥିତିକୁ ଦେଖି ନଗର ଉନ୍ନୟନ ବିଭାଗର ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ୨୪ ଘଣ୍ଟିଆ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ବର୍ତ୍ତମାନର ପରିସ୍ଥିତିକୁ ଗୁରୁତ୍ୱର ସହ ବିଚାର କରି ନଗର ଉନ୍ନୟନ ବିଭାଗ ଅଧୀନ ସମସ୍ତ ସମ୍ପୃକ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ସମସ୍ତ ଅଧିକାରୀ ୨୪ ଘଣ୍ଟିଆ ଆଲର୍ଟରେ ରହିବା ସହ ନିଜ ନିଜ ଅଞ୍ଚଳର ସ୍ଥିତି ଉପରେ ନିରନ୍ତର ନଜର ରଖିଛନ୍ତି । ବିଭାଗୀୟ କଣ୍ଟ୍ରୋଲ୍ ରୁମ୍ ଜରିଆରେ ବିଭିନ୍ନ ସହରାଞ୍ଚଳର ସ୍ଥିତିକୁ ନିୟମିତ ମନିଟରିଂ କରାଯାଉଛି ଏବଂ ଆବଶ୍ୟକତା ଅନୁଯାୟୀ ତୁରନ୍ତ ସହାୟତା ପଠାଯାଉଛି ।

ଜଳମଗ୍ନ ଅଞ୍ଚଳଗୁଡ଼ିକରେ ଅତିରିକ୍ତ ପମ୍ପସେଟ୍ ନିୟୋଜନ କରି ଯୁଦ୍ଧକାଳୀନ ଭିତ୍ତିରେ ଜଳ ନିଷ୍କାସନ କରାଯାଉଛି । ସହରାଞ୍ଚଳର ମୁଖ୍ୟ ରାସ୍ତା, ଆବାସିକ ଅଞ୍ଚଳ ଏବଂ ଅନ୍ୟାନ୍ୟ ଜଳମଗ୍ନ ସ୍ଥାନରୁ ଯଥାଶୀଘ୍ର ପାଣି ହଟାଇବା ପାଇଁ ୟୁ ଏଲ୍ ବି ଗୁଡ଼ିକରେ ଆବଶ୍ୟକ ଯନ୍ତ୍ରପାତି ଓ ମାନବ ସମ୍ବଳ ନିୟୋଜନ କରିବାକୁ କୁହାଯାଇଛି । ଏଥିସହ ଡ୍ରେନ୍, କଲଭର୍ଟ ଓ ଜଳ ନିଷ୍କାସନ ପଥରେ ଯେଉଁଠାରେ ବାଧା ସୃଷ୍ଟି ହୋଇଛି, ସେଗୁଡ଼ିକୁ ତୁରନ୍ତ ସଫା କରିବା ଏବଂ ଜଳ ପ୍ରବାହକୁ ସ୍ୱାଭାବିକ କରିବା ଉପରେ ଗୁରୁତ୍ୱ ଦିଆଯାଉଛି ।